ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ବାର୍ଦ୍ଧକ୍ୟ
ଜୀବନ ଓ କାମ
ବାର୍ଦ୍ଧକ୍ୟ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ହିତୋ 16:31
ପକ୍ୱକେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।ଯିଶା 46:4
ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।ହିତୋ 20:29
ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା।ଲେବୀ 19:32
ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।ଦ୍ଵି.କରି 4:16
ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।ଆୟୁବ 12:12
ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।ଗୀତ 71:18
ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।ଗୀତ 71:9
ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।ଗୀତ 92:14
ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;ହିତୋ 17:6
ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର