ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ସନ୍ତାନ ପାଳନ
ସମ୍ପର୍କ
ସନ୍ତାନ ପାଳନ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 12ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ହିତୋ 22:6
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।ଏଫି 6:4
ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।ପ୍ର.ତୀମ 5:8
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।ଗୀତ 127:3
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।ହିତୋ 13:24
ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।ହିତୋ 29:15
ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।ହିତୋ 29:17
ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।କଲ 3:21
ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।ଦ୍ବି.ବି 6:6–7
ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ। ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।ହିତୋ 1:8–9
ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ। ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।ହିତୋ 19:18
ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।ହିତୋ 15:5
ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର