ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଧୈର୍ଯ୍ୟ
ଜୀବନ ଓ କାମ
ଧୈର୍ଯ୍ୟ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ପ୍ର.କରି 13:4–5
ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,ରୋମୀ 12:12
ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;ଦ୍ଵି. ପିତ 3:9
ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।ରୋମୀ 8:25
କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।ଗୀତ 27:14
ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।ହିତୋ 15:1
କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।ଗୀତ 37:7
ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।ଗାଲା 6:9
ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।ଏଫି 4:2
ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;କଲ 3:12
ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର