Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଶାନ୍ତି

ଭାବନା

ଶାନ୍ତି ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯୋହ 16:33ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”
ଯିଶା 26:3ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
ଫିଲି 4:6–7କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
ଦ୍ଵି.ଥେସ 3:16ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।
ଯୋହ 14:27ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।
ଗୀତ 4:8ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।
ରୋମୀ 8:6କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;
ଗୀତ 119:165ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।
ଗୀତ 29:11ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।
ମାଥି 5:9ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର