ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ତାଡ଼ନା
କଷ୍ଟର ସମୟ
ତାଡ଼ନା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ମାଥି 5:10
ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।ଦ୍ଵି.ତୀମ 3:12
ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।ଯୋହ 15:18
“ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ।ମାଥି 5:44
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,ଦ୍ଵି.କରି 12:10
ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।ଲୂକ 6:22
ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।ପ୍ର. ପିତ 4:12–14
ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ; ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ। ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଈଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।ମାଥି 10:22
ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।ପ୍ର. ପିତ 3:17
କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।ପ୍ର. ପିତ 3:14
ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର