Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଯୋଜନା ଓ ଭବିଷ୍ୟତ

ଜୀବନ ଓ କାମ

ଯୋଜନା ଓ ଭବିଷ୍ୟତ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 14ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯିରି 29:11କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
ହିତୋ 16:9ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।
ହିତୋ 16:3ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
ହିତୋ 19:21ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
ହିତୋ 21:5କର୍ମଶୀଳର ସଂକଳ୍ପରୁ କେବଳ ପ୍ରଚୁରତା ଜନ୍ମେ ମାତ୍ର ପ୍ରତ୍ୟେକ ହଠାତ୍‍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ।
ଗୀତ 37:5ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।
ହିତୋ 15:22ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।
ହିତୋ 3:5–6ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ। ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
ଲୂକ 14:28କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?
ଯାକୁ 4:13–15ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ; କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ। ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।
ହିତୋ 27:1ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।
ଯିଶା 43:18–19“ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ। ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।
ଗୀତ 20:4ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।
ହିତୋ 6:6–8ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ। ତାହାର ବିଚାରକର୍ତ୍ତା କିମ୍ବା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ, ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର