Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଗରିବମାନଙ୍କୁ ସାହାଯ୍ୟ

ଜୀବନ ଓ କାମ

ଗରିବମାନଙ୍କୁ ସାହାଯ୍ୟ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ହିତୋ 19:17ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
ହିତୋ 14:31ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ।
ପ୍ର. ଯୋହ 3:17–18କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ? ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
ଗାଲା 2:10ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି।
ହିତୋ 28:27ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ।
ହିତୋ 22:9ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
ଲେବୀ 25:35ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ।
ଲୂକ 14:12–14ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, “ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ। କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର; ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”
ହିତୋ 31:8–9ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ। ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
ପ୍ରେରି 20:35ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।
ମାଥି 19:21ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
ହିତୋ 14:21ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।
ହିତୋ 29:7ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।
ଯାକୁ 2:15–16ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ, ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?
ଯିଶା 58:6–7ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର, କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର