Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ପ୍ରଶଂସା ଓ ଆରାଧନା

ବିଶ୍ୱାସ

ପ୍ରଶଂସା ଓ ଆରାଧନା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯିଶା 61:3ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
ଗୀତ 150:6ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ଏବ୍ରୀ 13:15ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
ଯୋହ 4:24ଈଶ୍ବର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ।”
ଗୀତ 150:2ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।
ଯୋହ 4:23କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ଈଶ୍ବର ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାନ୍ତି।
ଗୀତ 106:1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
ଗୀତ 99:3ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।
ଗୀତ 71:8ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।
ଗୀତ 109:30ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; ପୁଣି, ଲୋକସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର