ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ପ୍ରାର୍ଥନା
ବିଶ୍ୱାସ
ପ୍ରାର୍ଥନା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 13ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ପ୍ର.ଥେସ 5:17
ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;ଫିଲି 4:6
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।ଯାକୁ 5:16
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।ଯିରି 33:3
ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।ଏଫି 6:18
ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।ମାର୍କ 11:24
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।ଯୋହ 15:7
ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।ରୋମୀ 8:26–27
ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି; ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।ଯୋହ 14:14
ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି।”ଯାକୁ 1:5
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।ଯାକୁ 5:18
ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା।ପ୍ର. ଯୋହ 5:14
ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।ଯାକୁ 5:13
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ସ୍ତବଗାନ କରୁ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର