ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଅହଂକାର
ଜୀବନ ଓ କାମ
ଅହଂକାର ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଫିଲି 2:3
ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;ହିତୋ 8:13
ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳ ମୁଖ ମୁଁ ଘୃଣା କରେ।ପ୍ର.ଶା 2:3
ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।ହିତୋ 16:18
ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।ରୋମୀ 12:3
କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।ହିତୋ 16:5
ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ।ଯିଶା 13:11
ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।ହିତୋ 11:2
ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।ହିତୋ 29:23
ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।ହିତୋ 27:2
ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର