ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ସୁରକ୍ଷା
କଷ୍ଟର ସମୟ
ସୁରକ୍ଷା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ହିତୋ 18:10
ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।ଯିଶା 54:17
ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।ଯିଶା 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।ଗୀତ 46:1
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ; ଅଲ୍ମୋତ୍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।ଗୀତ 4:8
ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।ଦ୍ଵି.ଥେସ 3:3
କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।ଗୀତ 32:7
ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]ଦ୍ବି.ବି 31:6
ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।”ଗୀତ 138:7
ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।ଗୀତ 34:7
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର