ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଜୀବନର ଉଦ୍ଦେଶ୍ୟ
ବିଶ୍ୱାସ
ଜୀବନର ଉଦ୍ଦେଶ୍ୟ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 12ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ରୋମୀ 8:28
ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।ଏଫି 2:10
କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।ଉପ 12:13–14
ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ। ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।ଗୀତ 138:8
ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।ହିତୋ 16:9
ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।ପ୍ର. ପିତ 2:9
କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।ରୋମୀ 12:2
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।ଯିରି 1:5
“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”ଗୀତ 20:4
ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।ପ୍ର.କରି 10:31
ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।ଗୀତ 37:5
ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।ଯିଶା 43:7
ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।”ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର