ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ବିଶ୍ରାମ ଓ କ୍ଳାନ୍ତି
ଜୀବନ ଓ କାମ
ବିଶ୍ରାମ ଓ କ୍ଳାନ୍ତି ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ମାଥି 11:28–30
ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”ଯିଶା 40:31
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।ଯିଶା 40:29
ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।ଯିରି 31:25
କାରଣ ଆମ୍ଭେ କ୍ଳାନ୍ତ ପ୍ରାଣକୁ ପରିତୃପ୍ତ କରିଅଛୁ, ପ୍ରତ୍ୟେକ ଦୁଃଖିତ ପ୍ରାଣକୁ ପରିପୂର୍ଣ୍ଣ କରିଅଛୁ।”ଗୀତ 37:7
ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।ଯିଶା 40:28
ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।ଗୀତ 46:10
“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।”ଏବ୍ରୀ 4:9–11
ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି। ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି। ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।ଆଦି 2:2
ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।ଗୀତ 4:8
ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର