Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଦୁଃଖ ଓ ଅବସାଦ

ଭାବନା

ଦୁଃଖ ଓ ଅବସାଦ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯଦି ଏହା ବହୁତ କଷ୍ଟକର, ଏହା ସହିତ ଏକୁଟିଆ ରୁହନ୍ତୁ ନାହିଁ: ଆପଣ ବିଶ୍ୱାସ କରୁଥିବା କାହା ସହିତ, ଜଣେ ପୁରୋହିତ କିମ୍ବା ପାଳକ, କିମ୍ବା ଡାକ୍ତରଙ୍କ ସହିତ କଥା ହୁଅନ୍ତୁ।

ଗୀତ 34:18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
ଯାକୁ 1:2–4ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ, ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ। ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ।
ଫିଲି 4:7ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
ଯାକୁ 5:13ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ସ୍ତବଗାନ କରୁ।
ମାଥି 5:4ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।
ପ୍ରକା 21:4ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
ଦ୍ଵି.କରି 7:6ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,
ଗୀତ 30:5କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
ଗୀତ 55:22ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
ହିତୋ 12:25ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
ଯୋହ 14:1“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।
ଦ୍ଵି.କରି 1:3–4ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର; ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
ଗୀତ 147:3ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
ଗୀତ 23:4ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ଦ୍ଵି.କରି 12:9ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର