Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ବାଇବଲ

ବିଶ୍ୱାସ

ବାଇବଲ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଦ୍ଵି.ତୀମ 3:16ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,
ଏବ୍ରୀ 4:12କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
ରୋମୀ 15:4ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।
ଗୀତ 119:105ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।
ମାଥି 4:4କିନ୍ତୁ ଯୀଶୁ ଉତ୍ତର ଦେଲେ, “ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’”
ଯିହୋ 1:8ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।
ଗୀତ 119:11ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।
ଗୀତ 119:18ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
ପ୍ର. ପିତ 2:2ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
ହିତୋ 30:5ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ।
ଯୋହ 17:17ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ।
ଆୟୁବ 23:12ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।
ଯିଶା 55:11ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।
ମାର୍କ 13:31ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
ରୋମୀ 10:17ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର