Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଈଶ୍ବରଙ୍କ ଅନ୍ୱେଷଣ

ବିଶ୍ୱାସ

ଈଶ୍ବରଙ୍କ ଅନ୍ୱେଷଣ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ମାଥି 6:33କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
ମାଥି 7:7–8ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ। କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।
ଏବ୍ରୀ 11:6ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।
ଯିରି 29:13ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।
ପ୍ର.ବଂ 16:11ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
ହିତୋ 8:17ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
ଗୀତ 63:1ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ। ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ।
ଦ୍ବି.ବି 4:29ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।
ଗୀତ 9:10ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।
ଗୀତ 34:10ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର