Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଆତ୍ମସଂଯମ

ଜୀବନ ଓ କାମ

ଆତ୍ମସଂଯମ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ହିତୋ 25:28ଯାହାର ଆତ୍ମା ଅଟକ ମାନେ ନାହିଁ, ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ।
ଗାଲା 5:22–23କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
ଦ୍ଵି.ତୀମ 1:7କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
ପ୍ର.କରି 10:13ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
ହିତୋ 16:32ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
ଦ୍ଵି. ପିତ 1:5–6ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍‍ଗୁଣ, ସଦ୍‍ଗୁଣ ଦ୍ୱାରା ଜ୍ଞାନ, ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା,
ପ୍ର. ପିତ 4:7ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
ପ୍ର.କରି 9:27ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।
ପ୍ର. ପିତ 5:8ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
ହିତୋ 29:11ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର