ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଆତ୍ମମୂଲ୍ୟ
ଭାବନା
ଆତ୍ମମୂଲ୍ୟ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଗୀତ 139:14
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।ପ୍ର. ପିତ 3:3–4
ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।ଆଦି 1:27
ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।ଗାଲା 1:10
ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।ଯିରି 29:11
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।ଆଦି 2:7
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।ରୋମୀ 12:3
କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।ଏଫି 2:10
କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।ଗାଲା 6:3
ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ।ଦ୍ଵି.କରି 10:18
କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।ହିତୋ 29:25
ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।ଲୂକ 12:6–7
ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ। କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”ଯିଶା 64:8
ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।ଲୂକ 14:11
କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”ପ୍ର.ଶା 16:7
ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର