ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ନିଦ
ଜୀବନ ଓ କାମ
ନିଦ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 11ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଗୀତ 4:8
ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।ହିତୋ 3:24
ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।ଗୀତ 127:2
ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।ଗୀତ 91:5
ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,ମାଥି 11:28
ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।ହିତୋ 20:13
ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।ଗୀତ 3:5
ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।ମାଥି 8:24
ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ।ଗୀତ 121:3–4
ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ। ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ।ହିତୋ 19:23
ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।ହିତୋ 6:22
ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର