Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଶକ୍ତି

କଷ୍ଟର ସମୟ

ଶକ୍ତି ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯିଶା 40:31ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ଫିଲି 4:13ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
ଗୀତ 18:32–34ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି। ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି। ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ।
ହବ 3:19ପ୍ରଭୁ ସଦାପ୍ରଭୁ ମୋର ବଳ ସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।
ଯିଶା 41:10ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
ପ୍ର.ବଂ 22:13ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହି ସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।
ଏଫି 6:10ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।
ଗୀତ 73:26ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।
ପ୍ର.ବଂ 16:11ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
ଦ୍ବି.ବି 31:6ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।”

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର