Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ମାନସିକ ଚାପ

ଭାବନା

ମାନସିକ ଚାପ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଫିଲି 4:6–7କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
ଯୋହ 14:27ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।
ମାଥି 11:28–30ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”
ରୋମୀ 8:31ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?
ଗୀତ 55:22ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
ପ୍ର. ପିତ 5:7ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
ମାଥି 6:34ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।
ପ୍ର. ଯୋହ 4:18ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।
ଯୋହ 16:33ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”
ହିତୋ 12:25ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
ଗୀତ 118:5–6ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ। ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିପାରେ?
ରୋମୀ 8:28ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
ଫିଲି 4:13ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
ହିତୋ 3:5–6ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ। ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
ଲୂକ 6:48ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର