Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ସଫଳତା

ଜୀବନ ଓ କାମ

ସଫଳତା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ହିତୋ 16:3ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
ଫିଲି 4:13ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
ଗୀତ 37:4ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।
ଯିରି 29:11କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
ଦ୍ବି.ବି 8:18ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।
ଯାକୁ 4:10ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।
ଯିହୋ 1:8ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।
ହିତୋ 3:5ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।
ପ୍ର.ରା 2:3ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହି ସବୁରେ ଯେପରି କୁଶଳ ପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥା-ଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;
ମାଥି 16:26ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର