Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଦୁଃଖଭୋଗ

କଷ୍ଟର ସମୟ

ଦୁଃଖଭୋଗ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ରୋମୀ 8:18କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।
ପ୍ରକା 21:4ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
ରୋମୀ 5:3–5କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି, ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ। ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
ଯାକୁ 1:2–4ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ, ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ। ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ।
ଦ୍ଵି.କରି 4:17କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;
ଗୀତ 41:3ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।
ଆୟୁବ 30:17ରାତ୍ରିକାଳରେ ମୋହର ଅସ୍ଥିସବୁ ମୋʼ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ।
ପ୍ର. ପିତ 5:10ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
ପ୍ର. ପିତ 4:12–13ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ; ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।
ଗୀତ 34:19ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର