ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ପ୍ରଲୋଭନ
କଷ୍ଟର ସମୟ
ପ୍ରଲୋଭନ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 12ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ପ୍ର.କରି 10:13
ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।ମାଥି 26:41
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”ଯାକୁ 4:7
ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।ଏବ୍ରୀ 2:18
କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।ମାଥି 6:13
ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’ଏଫି 6:11
ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।ଯାକୁ 1:12
ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।ଲୂକ 22:40
ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, “ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର।”ପ୍ର.ତୀମ 6:9
ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।ପ୍ର.କରି 6:18
ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।ଏବ୍ରୀ 4:15
କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।ମାର୍କ 14:38
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର