ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ସମୟର ସଦୁପଯୋଗ
ଜୀବନ ଓ କାମ
ସମୟର ସଦୁପଯୋଗ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଏଫି 5:16
ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।ଗୀତ 90:12
ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।କଲ 4:5
ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।ଯାକୁ 4:14
କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।ଉପ 3:1
ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;ଗୀତ 31:15
ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।ଦ୍ଵି. ପିତ 3:8
କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।ଏଫି 5:15
ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,ହିତୋ 6:6–8
ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ। ତାହାର ବିଚାରକର୍ତ୍ତା କିମ୍ବା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ, ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।ଲୂକ 14:28
କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର