ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ପରୀକ୍ଷା ଓ କଷ୍ଟର ସମୟ
କଷ୍ଟର ସମୟ
ପରୀକ୍ଷା ଓ କଷ୍ଟର ସମୟ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 12ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଯାକୁ 1:2–4
ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ, ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ। ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ।ଯିଶା 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।ଯୋହ 16:33
ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”ରୋମୀ 8:18
କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।ଯାକୁ 1:12
ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।ରୋମୀ 5:3–5
କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି, ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ। ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।ଯିହୋ 1:9
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”ରୋମୀ 8:28
ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।ପ୍ର. ପିତ 4:12–13
ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ; ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।ଯିରି 29:11–13
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ। ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା। ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।ଫିଲି 4:13
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।ଗୀତ 9:9–10
ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ; ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର