ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଈଶ୍ବରଙ୍କଠାରେ ଭରସା
ବିଶ୍ୱାସ
ଈଶ୍ବରଙ୍କଠାରେ ଭରସା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ହିତୋ 3:5
ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।ଗୀତ 37:5
ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।ଗୀତ 9:10
ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।ଗୀତ 56:3–4
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି। ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ?ଗୀତ 28:7
ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।ରୋମୀ 15:13
ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।ଗୀତ 46:10
“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।”ଗୀତ 112:7
ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।ଯିହୋ 1:9
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”ହିତୋ 3:6
ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର