ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଏକତା
ସମ୍ପର୍କ
ଏକତା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ପ୍ର.କରି 1:10
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।ଗୀତ 133:1
ଆରୋହଣ ଗୀତ, ଦାଉଦଙ୍କ ରଚିତ। ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!ଏଫି 4:3
ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।ପ୍ର. ପିତ 3:8
ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;ଦ୍ଵି.କରି 13:11
ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।ଯୋହ 17:23
ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।ପ୍ର.କରି 12:12
କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।ଫିଲି 2:2
ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,ରୋମୀ 12:4–5
କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ, ସେହିପରି ଅନେକ ଯେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।କଲ 3:14
ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର