Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଈଶ୍ବରଙ୍କ ଅପେକ୍ଷା କରିବା

ବିଶ୍ୱାସ

ଈଶ୍ବରଙ୍କ ଅପେକ୍ଷା କରିବା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 14ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯିଶା 40:31ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ଗୀତ 27:14ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
ଗୀତ 37:7ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
ବିଳା 3:25ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
ଯିଶା 30:18ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
ଗୀତ 130:5ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।
ମୀଖା 7:7ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ୱର ମୋର କଥା ଶୁଣିବେ।
ଯାକୁ 5:7–8ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ। ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।
ଗୀତ 33:20ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ।
ଗୀତ 62:5ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
ହବ 2:3କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।
ଗୀତ 37:34ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।
ଯିଶା 64:4କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।
ଗୀତ 38:15କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର