Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଜ୍ଞାନ

ଜୀବନ ଓ କାମ

ଜ୍ଞାନ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯାକୁ 1:5କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
ହିତୋ 1:7ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।
ଯାକୁ 3:17କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
ଏଫି 5:15ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,
ହିତୋ 2:6ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
ମାଥି 10:16“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।
ଯାକୁ 3:13–14ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ। କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ।
ଗୀତ 111:10ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
ଉପ 7:12କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ।
ହିତୋ 19:20ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର