ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › କଥା ଓ ବାଣୀ
ସମ୍ପର୍କ
କଥା ଓ ବାଣୀ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଏଫି 4:29
ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।ହିତୋ 18:21
ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ।ଯାକୁ 1:26
ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା।ହିତୋ 15:1
କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।ହିତୋ 21:23
ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ।ହିତୋ 12:18
କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।ହିତୋ 15:4
ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ।ପ୍ର. ପିତ 3:10
ଯେଣୁ, “ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ, ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;ଗୀତ 141:3
ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋʼ ଓଷ୍ଠାଧରର କବାଟ ରକ୍ଷା କର।ହିତୋ 10:19
ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।ଯାକୁ 3:8
କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ।ଗୀତ 19:14
ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।ଗୀତ 34:13
ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର।ମାଥି 15:11
ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ।”ହିତୋ 16:24
ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର