Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › କାମ

ଜୀବନ ଓ କାମ

କାମ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 13ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

କଲ 3:23ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;
ହିତୋ 16:3ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
ହିତୋ 14:23ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।
ହିତୋ 13:4ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।
ହିତୋ 12:24କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।
ଦ୍ଵି.ଥେସ 3:10–12କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ। ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାରଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ। ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ।
ଆଦି 2:15ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
ଗୀତ 90:17ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।
ଉପ 9:10ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।
ପ୍ର.ତୀମ 5:8କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।
ଦ୍ଵି.ତୀମ 2:6ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।
ହିତୋ 12:11ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
ଉପ 3:12–13ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ। ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର